୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ଏହି ସବୁ ଜିଲ୍ଲାରେ ହୋଇପାରେ ଅଧିକ ଶୀତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 28, 2022

୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ଏହି ସବୁ ଜିଲ୍ଲାରେ ହୋଇପାରେ ଅଧିକ ଶୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୨୮ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି ୨୯ ଓ ୩୦ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର କଳାହାଣ୍ଡି, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହୋଇପାରେ। ୩୦ ତାରିଖ ପରେ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବନି। ତେବେ ତାପମାତ୍ରା ଟିକେ ବଢ଼ିପାରେ।

ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଜି ଓ ଆସନ୍ତାକାଲି ଏଠାରେ ତାପମାତ୍ରା ମଧ୍ୟ ହ୍ରାସ ପାଇବ। ଆଜି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଏବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି  ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାସ କହିଛନ୍ତି।

ଗତକାଲି ରାତିରେ ରାଜ୍ୟର ୧୦ଟି ସହରର ତାପମାତ୍ରା ୧୧ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ୮, କେନ୍ଦୁଝରରେ ୮, ଝାରସୁଗୁଡ଼ାରେ ୯, ସୋନପୁର ୯, ବୌଦ୍ଧ ୯, ଭବାନୀପାଟଣା ୯, ଅନୁଗୋଳରେ ୯.୬, କୋରାପୁଟରେ ୧୦ ଓ ନୟାଗଡ଼ରେ ୧୦ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ କଟକରେ ୧୩ ଡିଗ୍ରୀ ରହିଥିଲା।

The post ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ଏହି ସବୁ ଜିଲ୍ଲାରେ ହୋଇପାରେ ଅଧିକ ଶୀତ appeared first on Odisha Reporter.



from Odisha Reporter https://ift.tt/3AMThk8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages