ଦିନକ ପରେ ୧୧ହଜାର ଟପିଲା ରାଜ୍ୟର ଦୈନିକ ସଂକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 17, 2022

ଦିନକ ପରେ ୧୧ହଜାର ଟପିଲା ରାଜ୍ୟର ଦୈନିକ ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକ ବ୍ୟବଧାନ ପରେ ରାଜ୍ୟରେ ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୬୧ ଜଣ ଅଛନ୍ତି। ୧୧,୦୮୬ ଜଣଙ୍କ ମଧ୍ୟରୁ ୬୪୩୧, ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬୫୫ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୪୬୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୪୧୬, କଟକରୁ ୭୬୭, ଷ୍ଟେଟ୍‌ପୁଲରୁ ୭୫୯,ମୟୂରଭଞ୍ଜରୁ ୩୯୩, ବାଲେଶ୍ୱରରୁ ୩୨୩, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୩୦୦, ଯାଜପୁରରୁ ୨୭୫, ଜଗତସିଂହପୁରରୁ ୨୭୩, କଳାହାଣ୍ଡିରୁ ୨୫୩, କେନ୍ଦୁଝରରୁ ୨୨୩ ଓ କୋରାପୁଟରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବାଦ ପୁରୀରୁ ୧୮୮, ରାୟଗଡ଼ାରୁ ୧୮୭, ଢେଙ୍କାନାଳରୁ ୧୫୭, ସୁବର୍ଣ୍ଣପୁରରୁ ୧୫୩, ନୟାଗଡ଼ରୁ ୧୪୯, ଅନୁଗୁଳରୁ ୧୩୯,
ନବରଙ୍ଗପୁରରୁ ୧୩୭, ଭଦ୍ରକରୁ ୧୩୨, ଝାରସୁଗୁଡ଼ାରୁ ୧୩୨,ବରଗଡ଼ରୁ ୧୨୫, ଗଞ୍ଜାମରୁ ୧୧୬ ଓ ନୂଆପଡ଼ାରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୬୬ ହଜାର୦୩୨ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୦,୯୧,୧୪ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮, ୪୮୮ କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଉ  ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ଅଡିଟ୍ ପ୍ରୋସେସରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  କଟକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

 

The post ଦିନକ ପରେ ୧୧ହଜାର ଟପିଲା ରାଜ୍ୟର ଦୈନିକ ସଂକ୍ରମଣ appeared first on Odisha Reporter.



from Odisha Reporter https://ift.tt/3A5DqNa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages