୧୧ଜିଲ୍ଲାରେ ବର୍ଷିବ, ସତର୍କ ସୂଚନା ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 13, 2022

୧୧ଜିଲ୍ଲାରେ ବର୍ଷିବ, ସତର୍କ ସୂଚନା ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ସତର୍କ  ସୂଚନା ଜାରି କରାଯାଇଛି।  ସେହି ଜିଲ୍ଲା ଗୁଡ଼ିକ ହେଲା ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉପକୂଳ ଓଡ଼ିଶା ତଥା ତତ୍‌-ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। କିଛି ସ୍ଥାନରେ ହାଲୁକା ବର୍ଷା ସହ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରାଯାଇଛି।  ଆସନ୍ତାକାଲି ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ।

ଆସନ୍ତା ୧୮ ତାରିଖ ପରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ଦିନ ଯାଏ  ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ ରୁ  ୩ ଡ଼ିଗ୍ରୀ ଯାଏଁ ତଳକୁ ରାତ୍ରି ତାପମାତ୍ରା  ଖସିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି।

 

 

The post ୧୧ଜିଲ୍ଲାରେ ବର୍ଷିବ, ସତର୍କ ସୂଚନା ଜାରି appeared first on Odisha Reporter.



from Odisha Reporter https://ift.tt/34PNZIF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages