ଆଜି ପବିତ୍ର ଶାମ୍ବ ଦଶମୀ, ସୂର୍ଯ୍ୟ ଦେବତାଙ୍କ ଆରାଧନା କରୁଛନ୍ତି ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 11, 2022

ଆଜି ପବିତ୍ର ଶାମ୍ବ ଦଶମୀ, ସୂର୍ଯ୍ୟ ଦେବତାଙ୍କ ଆରାଧନା କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶାମ୍ବ ଦଶମୀ ବା ସୂର୍ଯ୍ୟ ଦେବତାଙ୍କ ପୂଜା । ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି ଶ୍ରଦ୍ଧାଳୁ ।

ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଷପ୍ତ ହୋଇ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲ । ତେବେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଦେବତାଙ୍କ ଆରାଧନା କରିବା ପରେ ସେ କୁଷ୍ଠ ରୋଗରୁ ଭଲ ହୋଇଥିଲେ । ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି  ଆଜି ଘରେ ବିଭିନ୍ନ ପ୍ରକାରର ପିଠା ପ୍ରସ୍ତୁତ କରିବା ସହ ଘାଣ୍ଟ ତରକାରୀ କରି ସୂର୍ଯ୍ୟଦେବତାଙ୍କ ପୂଜାର୍ଚ୍ଚନା କରାଯାଉଛି ।

ସେପଟେ  ଆଜି କୋଣାର୍କରେ ସୂର୍ଯ୍ୟ ରଥ ଯାତ୍ରା ଅନୁଷ୍ଠିତ ହେବ । ହୋମ ଓ କଳସ ସ୍ଥାପନ ପରେ ସୂର୍ଯ୍ୟ ଦେବତାଙ୍କ ବିଗ୍ରହକୁ ରଥାରୁଢ କରାଯିବ । ପରେ ରଥ ଉପରେ ୧୦୮ କାକରା, ବରା ଓ ପୋଡ଼ପିଠା ଲାଗି ହେବ । ଏହି ରଥ ୨୭ ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ  ରହି ୨୭ ନକ୍ଷତ୍ରରେ ପୂଜାର୍ଚ୍ଚନା ପରେ ମାଘ ସପ୍ତମିରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ ।

The post ଆଜି ପବିତ୍ର ଶାମ୍ବ ଦଶମୀ, ସୂର୍ଯ୍ୟ ଦେବତାଙ୍କ ଆରାଧନା କରୁଛନ୍ତି ଶ୍ରଦ୍ଧାଳୁ appeared first on Odisha Reporter.



from Odisha Reporter https://ift.tt/3niiHjM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages