୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 23, 2022

୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଓ ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ସୂଚନା ଅନୁସାରେ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଦୁଇରୁ ତିନି ଦିନ ହେବ ଶୀତର ପ୍ରକୋପ କମ୍‌ ରହିଛି। ଗତକାଲି ରାତିରେ କିଛି ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ମଧ୍ୟ ରାଜ୍ୟରେ କୋହଳା ପାଗ ଲାଗି ରହିଛି।

The post ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ, ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/3rJhunb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages