ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ହେଲେ ପରବର୍ତ୍ତୀ ତିନି ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ପାଣି ବିଭାଗର ସୂଚନାର ଅନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ଦୁଇ ଦିନ ଯାଏ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଘନ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗାଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର।
ରାଜ୍ୟରେ ଦୁଇ ଦିନ ପାଗ ଶୁଖିଲା ରହିବ। ୨୧ ଓ ୨୨ ତାରିଖ ବେଳକୁ କିଛି ସ୍ଥାନରେ ପାଗ ଶୁଖିଲା ରହିବ ଓ ଆଉ କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୧ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖ ବେଳକୁ ଝାରସୁଗଡ଼ା, ସୁନ୍ଦରଗଡ଼, ବରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
The post ଆହୁରି ଦୁଇ ଦିନ ଥରାଇବ ଶୀତ, ୨୧ରୁ ବର୍ଷା appeared first on Odisha Reporter.
from Odisha Reporter https://ift.tt/3nZA2ib
No comments:
Post a Comment