ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୧ ହଜାର ଟପିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 15, 2022

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୧ ହଜାର ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ତିନି ଦିନ ଧରି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏହା ୧୧ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୧୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୧୬ ଜଣ ଅଛନ୍ତି।

୧୧,୧୭୭ ଜଣଙ୍କ ମଧ୍ୟରୁ ୬,୪୭୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪,୬୯୮ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୪୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୨,୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୨୯ ଓ ଷ୍ଟେଟ୍‌ପୁଲ୍‌ରୁ ୭୩୭ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪୨, ବରଗଡ଼ରୁ ୧୨୩, ଭଦ୍ରକରୁ ୯୨, ବଲାଙ୍ଗିରରୁ ୩୧୨, ବୌଦ୍ଧରୁ ୭୧, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୬୫, ଗଜପତିରୁ ୭୩, ଗଞ୍ଜାମରୁ ୧୦୮, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୧୯୩, କଳାହାଣ୍ଡିରୁ ୧୭୩, କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୬୯, କୋରାପୁଟରୁ ୧୫୨, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୨୭୬, ନବରଙ୍ଗପୁରରୁ ୧୫୫, ନୟାଗଡ଼ରୁ ୧୫୯, ନୂଆପଡ଼ାରୁ ୭୯, ପୁରୀରୁ ୧୪୧, ରାୟଗଡ଼ାରୁ ୧୮୪, ସମ୍ବଲପୁରରୁ ୩୭୯ ଓ ସୋନପୁରରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୩୩ ହଜାର ୯୧୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୫ ହଜାର ୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୬୯,୭୬୩ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮,୪୮୧କୁ ବୃଦ୍ଧି ପାଇଛି।  ସୂଚନାଯୋଗ୍ୟ, ଇତି ମଧ୍ୟରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୭୧ ହଜାର ୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଏବେ ଆକ୍ଟିଭ୍ କେସ୍ ୧୫ ଲକ୍ଷ ୫୦ ହଜାର ୩୭୭କୁ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୬ ହଜାର ୬୬କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୧ ହଜାର ଟପିଲା appeared first on Odisha Reporter.



from Odisha Reporter https://ift.tt/3rmnAKb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages