ବାରିପଦା(ଓଡ଼ିଶା ରିପୋର୍ଟର): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଓ ଗୀତିକାର ସରୋଜ ପଟ୍ଟନାୟକଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା।
ବାରିପଦାସ୍ଥିତ ତାଙ୍କ ବାସଭନବରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବହୁ ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ବୃତ୍ତିରେ ଇଞ୍ଜିନିୟର ଥିବା ସରୋଜ ୧୯୭୭ ମସିହାରେ ଅଭିମାନ ଚଳଚ୍ଚିତ୍ର ଜରିଆରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ଏହାପରେ ଫୁଲଚନ୍ଦନ, ଝିଅଟି ସେତା ପରି, ଅଭିଳାଷ ଓ ହାକିମବାବୁ ଭଳି ବହୁ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ଗୀତ ରଚନା ମଧ୍ୟ କରିଥିଲେ। ଫିଲ୍ମ ଅଭିଳାଷ ଓ ଫୁଲଚନ୍ଦନ ପାଇଁ ସେ ଶ୍ରେଷ୍ଠ ସଙ୍ଗୀତକାର ପୁରସ୍କାର ମଧ୍ୟ ହାସଲ କରିଥିଲେ।
The post ସଙ୍ଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/3I32CGW
No comments:
Post a Comment