ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 2, 2022

ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବରୁ ଗତକାଲି ଯେଉଁ ରିପୋର୍ଟ ଆସିଥିଲା ସେଥିରେ ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪ ଶହରୁ ଅଧିକ ରହିଛି।

ସଦ୍ୟ ୪୨୪ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୭ ଜଣ ଅଛନ୍ତି। ସେହିପରି ୨୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୧୭୮ଟି ଲୋକାଲ୍ କେସ୍।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୬, କଟକରୁ ୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି।

୪୨୪ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୫ ହଜାର ୧୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୩୫୫ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଦେଶ ଫେରନ୍ତାଙ୍କ ସହିତ ସ୍ଥାନୀୟ ସଂକ୍ରମିତ ମଧ୍ୟ ରହିଛନ୍ତି।

The post ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୪ ଶହରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3qHG8nH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages