କଦଳୀପତ୍ର ସୋରିଷ ପନିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 13, 2022

କଦଳୀପତ୍ର ସୋରିଷ ପନିର

ଆବଶ୍ୟକ ସାମଗ୍ରୀ: ପନିର, କଦଳୀପତ୍ର, ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ, ଲୁଣ, ତେଲ

ପ୍ରସ୍ତୁତି ପ୍ରଣାଳୀ:  ପ୍ରଥମେ ବଜାରରୁ କିଛି ପନିର ଆଣନ୍ତୁ। ତାଙ୍କୁ ଲମ୍ବା ଲମ୍ବା କରି କାଟି ରଖନ୍ତୁ। ପରେ କଦଳୀ ପତ୍ର ଆଣି ତାକୁ ନିଆଁରେ ସେକି ରଖନ୍ତୁ।  ତା’ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଯିବା ପରେ କଟା ପନିରକୁ ଛାଣନ୍ତୁ। ଏହା ଛାଣି ହୋଇଯିବା ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ।

ଏହା ପରେ ପନିରରେ ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ସେକା କଦଳୀ ପତ୍ରରେ ମସଲା ଗୋଳା ପନିରକୁ ଗୋଡ଼ାଇ ରଖନ୍ତୁ। ତା’ପରେ ତାୱାରେ ଅଳ୍ପ ତେଲ ପକାଇ  ଗରମ କରନ୍ତୁ। ତେଲ ଗରମ ହେବାପରେ କଦଳୀପତ୍ର ଗୋଡ଼ା ପନିରକୁ ସେଥିରେ ପକାନ୍ତୁ। କିଛି ସମୟ ପରେ  ତାକୁ ଓଲଟାଇ ଦିଅନ୍ତୁ। ଦୁଇ ପାଖ ହୋଇଯିବା ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଦଳୀପତ୍ର ସୋରିଷ ପନିର।

 

The post କଦଳୀପତ୍ର ସୋରିଷ ପନିର appeared first on Odisha Reporter.



from Odisha Reporter https://ift.tt/3tmA9aR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages