ଉପରମୁହାଁ କରୋନା ଗ୍ରାଫ,ଚିହ୍ନଟ ହେଲେ ୨୭୦୩ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 6, 2022

ଉପରମୁହାଁ କରୋନା ଗ୍ରାଫ,ଚିହ୍ନଟ ହେଲେ ୨୭୦୩ ପଜିଟିଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୧୧୨୪ଟି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫୪, ଷ୍ଟେଟ୍‌ପୁଲରୁ ୨୧୧, କଟକରୁ ୧୯୧, ସମ୍ବଲପୁରରୁ ୧୭୯, ଝାରସୁଗୁଡ଼ାରୁ ୧୦୬, ଯାଜପୁରରୁ ୭୮, ବରଗଡ଼ରୁ ୭୫, ବାଲେଶ୍ୱରରୁ ୭୩, ପୁରୀ ଓ ବଲାଙ୍ଗିରରୁ ୫୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୭, ଭଦ୍ରକ ୫, ବୌଦ୍ଧ ୭, ଦେବଗଡ଼ ୩୭, ଢେଙ୍କାନାଳ ୩, ଗଜପତି ୯, ଗଞ୍ଜାମ ୨୭, ଜଗତସିଂପୁର ୧୩,  କଳାହାଣ୍ଡି ୧୩,  କେନ୍ଦ୍ରାପଡ଼ା ୬, କେନ୍ଦୁଝର, ୩୩, କୋରାପୁଟ ୧୯, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୪୨,ନବରଙ୍ଗପୁର ୨୯, ନୟାଗଡ଼ ୬, ନୂଆପଡ଼ା ୧୦, ରାୟଗଡ଼ା ୨୨ ଓ  ସୋନପୁର୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦ ଲକ୍ଷ ୬୨ ହଜାର ୪୭୬ ପହଞ୍ଚିଥିବା ବେଳେ ୧୦,୪୫,୭୧୮ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୮୨୩୭।

ସେହିପରି ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି।

 

The post ଉପରମୁହାଁ କରୋନା ଗ୍ରାଫ,ଚିହ୍ନଟ ହେଲେ ୨୭୦୩ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/31Ed9J6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages