ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ପାଳନ କରୁଛି ୭୩ତମ ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କୋଭିଡ କଟକଣା ଯୋଗୁ ଚଳିତ ବର୍ଷର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହୋଇଥିଲା। ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଅଧିକାରୀ ରୋହିତ ବର୍ମା। ତେବେ କଟକଣା ଯୋଗୁଁ ୧୦ କଣ୍ଟିଜେଣ୍ଟ ପରେଡରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ପରେଡ୍ରେ ବିଏସ୍ଏଫ୍ ସାମିଲ ହୋଇଥିଲେ।
ପରେଡ୍ ଦେଖିବାକୁ ଗାନ୍ଧି ମାର୍ଗକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଥିଲା। ରାଜ୍ୟସ୍ତରୀୟ ପରେଡ୍ ଲାଗି ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଗାନ୍ଧି ମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା।
The post ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ appeared first on Odisha Reporter.
from Odisha Reporter https://ift.tt/3fZEcSE
No comments:
Post a Comment