ଦୁଇ ଗୋଷ୍ଠୀ ମଧ୍ୟରେ ଠେଲାପେଲା, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 21, 2022

ଦୁଇ ଗୋଷ୍ଠୀ ମଧ୍ୟରେ ଠେଲାପେଲା, ଜଣେ ମୃତ

ଭଦ୍ରକ(ପ୍ରାର୍ଥ ସାରଥୀ ନାୟକ):  ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିରି ଅଞ୍ଚଳରେ ନିର୍ବାଚନୀ ହିଂସା। ଦୁଇ ଗୋଷ୍ଠୀ ମଧ୍ୟରେ ଠେଲାପେଲା ଘଟି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ବ୍ୟକ୍ତି ଜଣଙ୍କ ହେଲେ ଜାହାଙ୍ଗିର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ସକାଳେ ନିର୍ବାଚନ ପ୍ରଚାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଠେଲାପେଲା ହୋଇଥିଲା।  କିଛି ସମୟ ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଗତକାଲି ରାତିରେ ପ୍ରତାପ ଘରକୁ ଫେରୁଥିବା ବେଳେ ଗୋଟିଏ ଗୋଷ୍ଠୀର ଲୋକେ ତାଙ୍କୁ ବାଟରେ ଅଟକାଇ ଆକ୍ରମଣ କରିଥିଲେ। ପରେ ଅପରଗୋଷ୍ଠୀ ଲୋକେ ସେଠାରେ ପହଞ୍ଚି  ଉଭୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଠେଲାପେଲା ଭିତରେ ପ୍ରତାପ ତଳେ ପଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଧାମନଗର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ଗାଁରେ ଚପା ଉତ୍ତେଜନା ଲାଗି ରହିଛି।  କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଗାଁରେ ପୁଲିସ ମୃତୟନ ଅଛନ୍ତି।  ପୁଲିସ ଘଟଣାର ତଦନ୍ତ କରୁଛି।

The post ଦୁଇ ଗୋଷ୍ଠୀ ମଧ୍ୟରେ ଠେଲାପେଲା, ଜଣେ ମୃତ appeared first on Odisha Reporter.



from Odisha Reporter https://ift.tt/mMfYuGU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages