ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ନେତା ବାଛିବେ ୪୧ ଲକ୍ଷ ଭୋଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 23, 2022

ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ନେତା ବାଛିବେ ୪୧ ଲକ୍ଷ ଭୋଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ  ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଲମ୍ବା ଧାଡ଼ିରେ  ଛିଡ଼ା ହୋଇଛନ୍ତି ଲୋକେ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ  ।

ଶେଷ ପର୍ଯ୍ୟାୟରେ ଆଜି ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ ମତଦାନ ହେଉଛି । ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ୍‌ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।

ପୂର୍ବ ୪ଟି ପର୍ଯ୍ୟାୟରେ ବହୁ ସ୍ଥାନରେ ହିଂସା, ଅନିୟମିତତା ଦୃଷ୍ଟିରୁ ଶେଷ ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସାରିବାକୁ ବ୍ୟାପକ ବ୍ୟବସ୍ଥା  ହୋଇଛି ।

 

The post ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ନେତା ବାଛିବେ ୪୧ ଲକ୍ଷ ଭୋଟର appeared first on Odisha Reporter.



from Odisha Reporter https://ift.tt/YTl7DM8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages