କରଞ୍ଜିଆ(ଦିପକ କୁମାର ମହାନ୍ତ): ମୟୂରଭଞ୍ଜ ଜିଲ୍ଲା ଜଶିପୁର ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ଟଙ୍ଗାବିଲା ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ଦୁଇଟି ବାଇକ୍ ଉପରେ ମାଡି ଯିବାରୁ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ପରିଚୟ ମିଳିନାହିଁ। ସ୍ଥାନୀୟ ଲୋକେ ଗୁରୁତର ଯୁବକଙ୍କୁ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ଦୁର୍ଘଟଣାଟି ଏତେ ମର୍ମନ୍ତୁଦ ଥିଲା ଯେ ଟ୍ରକ୍ଟି ବାଇକ୍ ଦୁଇଟିକୁ ଧକ୍କା ଦେବା ପରେ ପ୍ରାୟ ୧ କିଲୋମିଟର ଏକ ବାଇକକୁ ଘୋଷାରି ନେଇଥିଲା। ପରେ ବାଇକଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଥିଲା।
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଛି ଓ ଘଟଣା ତଦନ୍ତ କରୁଛି।
The post ଦୁଇଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍ appeared first on Odisha Reporter.
from Odisha Reporter https://ift.tt/eisCQA4
No comments:
Post a Comment