ମେଷ: ପ୍ରତିବନ୍ଧକ କାରଣରୁ ର୍ନିମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ।
ବୃଷ: ପରିବାରରେ ଅପ୍ରିୟ ସତକଥା କହି ଦୋଷୀ ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ। ମାଲିମକଦ୍ଦମା ସମାଧାନ ହୋଇଯିବ। ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ।
ମିଥୁନ: ଆଜି ଶାରୀରିକ ପୀଡ଼ା ଅନୁଭବ ହୋଇପାରେ। ନୂତନ ଗୃହ ର୍ନିମାଣ ପାଇଁ ମନ ବଳାଇବେ। ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟ କରି ପ୍ରଶଂସିତ ହେବେ।
କର୍କଟ: ଆଜି ପରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ଦୂର ହୋଇଯିବ।
ସିଂହ: ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। କୌଣସି ଶୁଭ ଖବର ଶୁଣିପାରନ୍ତି।
କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ।
ତୁଳା: ଆଜି ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।
ବିଛା: ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ। ମନ ପ୍ରଫୁଲ୍ଲିତ ରହିବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ।
ଧନୁ: ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ମକର: ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ, ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ।
କୁମ୍ଭ: ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବହୁ ଦିନର ଆଶା ଅଭିଳାଷ ପୁରଣ ହେବ।
ମୀନ: ଆଜି ଆଶା ଆଶଙ୍କା ଦେଇ ଗତି କରିବେ। ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ। ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ନିଜ ଜୀବନ ସାଥୀର ଭରସା ଉତ୍ସାହ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ।
The post ୮ ଫେବ୍ରୁଆରୀ, ମଙ୍ଗଳବାର: ରାଜନୈତିକ କ୍ଷେତ୍ରରେ ସଫଳତା ମିଳିବ appeared first on Odisha Reporter.
from Odisha Reporter https://ift.tt/ihj3xsV
No comments:
Post a Comment