ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା; ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 20, 2022

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା; ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

ଯାଜପୁର/ବାଲେଶ୍ୱର: (ଓଡ଼ିଶା ରିପୋର୍ଟର): ଯାଜପୁର ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୧୧ ଜଣକୁ ଗିରଫ କରାଯାଇଛି।  ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତଙ୍କ ସହ ୧୧ ଜଣକୁ ଗିରଫ କରାଯାଇଥିବା କହିଛନ୍ତି ଯାଜପୁର ଏସପି ରାହୁଲ ପି.ଆର୍।

ଯାଜପୁର ବିଞ୍ଝାରପୁରରେ ୩ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୂର୍ବରୁ ପୁଲିସ ୨୨ ଜଣଙ୍କୁ ଅଟକ ରଖିଥିଲା। ତେବେ ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତକୁ  ଗିରଫ କରାଯାଇଥିବା ଏସପି ଗଣମାଧ୍ୟମକୁ କହିଛନ୍ତି। ସେପଟେ ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଗୋଟି ଗୋଟି କରି ଧରାଯିବ ଏବଂ ସେମାନଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି କହିଛନ୍ତି।

ବାଛୋଳ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଗତକାଲି ପୁଲିସ ୨୨ ଜଣଙ୍କୁ ଉଠାଇ ନେଇଥିଲା। ପରେ ବାଛୋଳ ପଞ୍ଚାୟତରେ ପୁଲିସ୍ ଫ୍ଲାଗ ମାର୍ଚ୍ଚ କରିଥିଲା। ଗତକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ବାଛୋଳ ପଞ୍ଚାୟତରେ ବୁଥ୍ ରିଗିଂ ଉଦ୍ୟମ ବେଳର ଖବର ସଂଗ୍ରହ କରୁଥିବା ସାମ୍ବାଦିକଙ୍କ ଉପରେ ଆକ୍ରମଣ ହୋଇଥିଲା। ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମର ୩ ଜଣ ପ୍ରତିନିଧି ଦେବାଶିଷ ସାହୁ, ଗୁଲସନ ଅଲ୍ଲୀ ନୱାଜ ଓ ବିଜୟ ସାହୁଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ସାମ୍ବାଦିକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ପିଟିବା ସହ ସାମ୍ବାଦିକ ମାନଙ୍କ ଗାଡ଼ି ମଧ୍ୟ ଭାଙ୍ଗି ଦେଇଥିଲେ। ଏହି ଘଟଣାକୁ ନିନ୍ଦା କରିବା ସହ ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ।

ଏପଟେ ଗତକାଲି ପଞ୍ଚାୟତ ଭୋଟ ଚାଲିଥିବା ବେଳେ ପୁଣି ଜଣେ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି।  ବାଲେଶ୍ୱର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀ ଦୁଇ ନମ୍ବର ଜୋନ କାନପୁରରେ ଏକ ୱେବ ମିଡିଆର ସାମ୍ବାଦିକ ଲେଲିନ କୁମାର ଦେ ଙ୍କୁ କିଛି ଲୋକ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

The post ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା; ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ appeared first on Odisha Reporter.



from Odisha Reporter https://ift.tt/hN8tX7H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages