ଆଜି ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 28, 2022

ଆଜି ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ମହାଶିବରାତ୍ରି। ଜାଗର ପାଇଁ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଭିଡ଼ ଲାଗିଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ। ଟ୍ରାଫିକ ଏକ ବଡ଼ ଚ୍ୟାଲେଞ୍ଜ ଥିବା ବେଳେ ଏ ନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି।  ଡିସିପି ଏହାର ଦାୟିତ୍ୱ ନେଇଛନ୍ତି।

କିଭଳି ଭାବେ ବ୍ୟବସ୍ଥିତ ଢଙ୍ଗରେ ଆଇନଶୃଙ୍ଖଳା ରକ୍ଷା କରାଯିବ, ସେ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ପୁଲିସ କମିଶନର କହିଛନ୍ତି।

 

The post ଆଜି ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ appeared first on Odisha Reporter.



from Odisha Reporter https://ift.tt/0oNV9Hz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages