କଟକ (ଓଡ଼ିଶା ରିପୋର୍ଟର): ଆଜି ମହାଶିବରାତ୍ରୀ। ଏହି ଅବସରରେ ସମସ୍ତ ଶୈବପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ରାତିରେ ମହାଦୀପ ଉଠିବ। ତେବେ ରାଜ୍ୟରୁ ଏଯାଏ କୋଭିଡର ଡର ସମ୍ପୂର୍ଣ୍ଣ ଦୂର ହୋଇ ନ ଥିବାରୁ ବିଭିନ୍ନ ସ୍ଥାନରେ ସ୍ଥାନୀୟ ପ୍ରଶାସନ କଟକଣା ଜାରି କରିଛି।
ଏଥିପାଇଁ ପ୍ରମୁଖ ଶିବାଳୟରେ ଭକ୍ତଙ୍କ ଗହଳି ଲାଗି ନପାରେ। ଚଳିତ ଥର ବି ବିନା ଭକ୍ତରେ ପୂଜା ପାଇବେ ବାବା ଧବଳେଶ୍ୱର। କଟକ ଜିଲ୍ଲା ଆଠଗଡ଼ର ଏହି ପ୍ରସିଦ୍ଧ ଶୈବପୀଠରେ ଏ ବର୍ଷ ବି ଫିକା ପଡିବ ଜାଗର ପର୍ବ। କୋଭିଡ କଟକଣା ପାଇଁ ପୀଠରେ ଜାଗର ଯାତ୍ରା ପାଇଁ ୧୪୪ଧାରା ଲାଗୁ ହୋଇଛି। ସକାଳ ୫ଟା ରୁ ୨ ତାରିଖ ସଂଧ୍ୟା ୭ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ। ଭୋରରୁ ସମସ୍ତ ନୀତିକାନ୍ତି କରାଯିବା ସହ ପ୍ରଥମ ପ୍ରହରରେ ବାବା ଧବଳେଶ୍ୱରଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ। ପରେ ମଧ୍ୟ ରାତ୍ରରେ ବାବା ଧବଳେଶ୍ୱରଙ୍କ ଠାରେ ପ୍ରସିଦ୍ଧ ମାଣ୍ଡୁଅ ଭୋଗ ଲାଗୁ ହେବା ପରେ ମହାଦୀପ ଉଠାଯିବ।
The post ଆଜି ମହା ଶିବରାତ୍ରୀ, ଧବଳେଶ୍ୱର ପୀଠରେ ୧୪୪ଧାରା ଜାରି appeared first on Odisha Reporter.
from Odisha Reporter https://ift.tt/WJgvXq8
No comments:
Post a Comment