ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 8, 2022

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଛି । ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ସୂଚନାଯୋଗ୍ୟ, କରୋନାର ତୃତୀୟ ଲହର ପାଇଁ ଜାନୁଆରୀ ୧୦ରୁ ବନ୍ଦ ରହିଥିଲା ଶ୍ରୀମନ୍ଦିର। କରୋନା ତଳମୁହାଁ ହେବା ପରେ ପ୍ରାୟ ୩ ସପ୍ତାହ ପରେ ଗତ ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିଛି ବଡ଼ ଦେଉଳ।  କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି। ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହୁଛି ଶ୍ରୀମନ୍ଦିର। ହେଲେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ରୀ ନିତୀ ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ  ।

The post ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର appeared first on Odisha Reporter.



from Odisha Reporter https://ift.tt/bwJPVz6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages