୬ ଜାନୁଆରୀ, ରବିବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 5, 2022

୬ ଜାନୁଆରୀ, ରବିବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ

ମେଷ: ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ। ବକେୟା ଅର୍ଥ ହସ୍ତଗତ ହେବ। ବ୍ୟବସାୟରେ ଭଲ ଲାଭ ହେବ।

ବୃଷ: ବୁଦ୍ଧି ଖଟାଇ କାମ ହାସଲ କରିବେ। ନିଜର କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସିତ ହେବେ। ଶୁଭଖବର ପାଇବେ।

ମିଥୁନ: ପାରିବାରିକ ଜୀବନ ଭଲରେ କଟିବ। କଳା ଓ ସାହିତ୍ୟରେ ଉନ୍ନତି କରିବେ।

କର୍କଟ: ହସଖୁସିରେ ଦିନଟି ବିତିବ। କୌଣସି ମୂଲ୍ୟବାନ ଜିନିଷ କିଣି ପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ସିଂହ: ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ଅପରାହ୍ଣରେ କୌଣସି ଭଲ ଖବର ପାଇ ଖୁସି ହେବେ।

କନ୍ୟା: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ପାରିବାରିକ ଜୀବନ ଭଲ ରହିବ। ଅନ୍ୟମାନଙ୍କ ସାହାଯ୍ୟ ସହଯୋଗ ପାଇବେ।

ତୁଳା: ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ପାଇଁ ଚାଲିଥିବା ଯୋଜନା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିବ। ପରିବହନ ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ବିଛା: ବହୁ ଦିନର ଆଶା ପୂରଣ ହେବ। ମହିଳାମାନଙ୍କ ପାଇଁ ଦିନଟି ବେଶ୍ ଭଲ ରହିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଦେବେ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କେହି ଜଣେ ସାହାଯ୍ୟ କରିପାରନ୍ତି। ନିଜ ଲୋକମାନେ ବିଶ୍ୱାସଘାତ କରିପାରନ୍ତି।

ମକର: କୌଣସି ଏକ ସାଧାରଣ କଥାକୁ ନେଇ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବ।

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭ କରିବେ। କୌଣସି ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ।

ମୀନ: ଦୁର୍ବଳ ଅନୁଭବ କରିବେ। କାମ ପ୍ରତି ସ୍ପୃହା ରହିବ ନାହିଁ। କୌଣସି ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ପାଇପାରନ୍ତି।

The post ୬ ଜାନୁଆରୀ, ରବିବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ appeared first on Odisha Reporter.



from Odisha Reporter https://ift.tt/cTWsq6J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages