ପଞ୍ଚାୟତ ଭୋଟ ଗଣତି ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 25, 2022

ପଞ୍ଚାୟତ ଭୋଟ ଗଣତି ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆରମ୍ଭ ହୋଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି। ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି। ସହାୟତା ପାଇଁ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀ ମଧ୍ୟ ଅଛନ୍ତି। ରଙ୍ଗ ଅନୁସାରେ ବାଲଟ୍ ପେପର ସର୍ଟିଂ ପରେ ଚାଲିଛି ଗଣତି।

୩ ଦିନ ଯାଏ ଏହି ଗତଣି ତାରି ରହିବ। ତିନିଦିନରେ ୧ଲକ୍ଷ ୫୬ ହଜାର ୭୫୩ ଓ୍ୱାର୍ଡମେମ୍ବର, ୩୨ ହଜାର ୮୬୦ ସରପଞ୍ଚ, ୨୭ ହଜାର ୩୪ ସମିତି ସଭ୍ୟ ଓ ୩ ହଜାର ୩୩୯ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ତେବେ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାର ବ୍ଲକ ସଦର ମହକୁମାରେ ଗଣତି କେନ୍ଦ୍ର ଖୋଲାଯାଇଛି। ଗଣତି କେନ୍ଦ୍ର ନିକଟରେ ଶୃଙ୍ଖଳା ବଜାୟ ରଖିବା ଲାଗି ବ୍ୟାରିକେଡ୍ କରାଯାଇଛି।

ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ ଗଣାଯିବ। ଆସନ୍ତାକାଲି ୩୦୭ ଓ ପରଦିନ ୨୨୯ ଜିଲ୍ଲା ପରିଷଦ ଜୋନ୍‌ରେ ଭୋଟ୍ ଗଣାହେବ। ପ୍ରାର୍ଥୀ କିମ୍ବା ତାଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ ଗଣତି ହେବ। ଇଲେକସନ୍ ଅଫିସ୍‌ରେ ଓ ଟାବୁଲେସନ୍ ଲାଗି ସ୍ୱତନ୍ତ୍ର ଟେବୁଲ୍ ଅଛି।

The post ପଞ୍ଚାୟତ ଭୋଟ ଗଣତି ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/tUb127s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages