ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ ମହିଳା, ପିଟି ଦେଲା ବାଇକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 25, 2022

ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ ମହିଳା, ପିଟି ଦେଲା ବାଇକ୍‌

ବୌଦ୍ଧ(ଦୀପକ ଅଦାର): ଗତକାଲି ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଏହାକୁ ନେଇ ଲାଗି ରହିଛି ଉତ୍ତେଜନା। ଉତ୍ତ୍ୟକ୍ତ ଲୋକେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ମର୍ଜାଦପୁର ଛକଠାରେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାରେ ଯାନବାହନ ଚଳାଚଳ ବ୍ୟାହତ ହୋଇଛି।

ସୂଚନା ଥାଉକି, ଗତକାଲି ରାତିରେ ସୋନପୁରରୁ ବୌଦ୍ଧ ଅଭିମୁଖେ ଦ୍ରୁତ ଗତିରେ ଏକ ବାଇକ୍‌ ଆସୁଥିଲା। ଏହି ସମୟରେ ମାର୍ଜଦିପୁର ଗ୍ରାମର ରାସ୍ତା କଡ଼ରେ ଛିଡା ହୋଇଥିବା କୁନି ସେଠୀଙ୍କୁ ବାଇକ୍‌ଟି ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ କୁନିଙ୍କୁ  ସ୍ଥାନୀୟ ଲୋକେ  ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଦୁର୍ଘଟଣା ଘଟାଇଥିବା ବାଇକ୍‌ ଚାଳକଙ୍କୁ ମଧ୍ୟ ଗୁରୁତର ଅବସ୍ଥାରେ ବୌଦ୍ଧ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ମୃତ ମହିଳାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଗ୍ରାମବାସ  ଟାୟାର ଜାଳି ରାସ୍ତାରୋକ କରିଛନ୍ତି । ଫଳରେ ବୌଦ୍ଧ ସୋନପୁର କୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଉଭୟ ପାର୍ଶ୍ଵରେ ଶହ ଶହ ଯାନବାହାନ ଅଟକ ରହିଛି ।

The post ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ ମହିଳା, ପିଟି ଦେଲା ବାଇକ୍‌ appeared first on Odisha Reporter.



from Odisha Reporter https://ift.tt/w1xPziY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages