ଆଜିଠୁ ୨ ଦିନ ଭାରତ ବନ୍ଦ; ରାଜପଥ ଅବରୋଧ ସହ ରେଳରୋକ କଲେ ଆନ୍ଦୋଳନକାରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 27, 2022

ଆଜିଠୁ ୨ ଦିନ ଭାରତ ବନ୍ଦ; ରାଜପଥ ଅବରୋଧ ସହ ରେଳରୋକ କଲେ ଆନ୍ଦୋଳନକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ୟାଙ୍କ ଘରୋଇକରଣ, ଇପିଏଫ୍ ସୁଧହାର ହ୍ରାସ, ଅହେତୁକ ଦରଦାମ୍ ବୃଦ୍ଧି ଆଦି ନିଷ୍ପତ୍ତିକୁ ବିରୋଧ କରି ଆଜିଠୁ ୨ ଦିନିଆ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ । ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଏହି ବନ୍ଦ ଡାକରା ଦିଅଯାଇଛି।   ଆଜି ସକାଳୁ ସକାଳୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ ।

ସିଆଇଟିୟୁ କର୍ମକର୍ତ୍ତା ଏବଂ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ରାସ୍ତାରୋକ କରାଯାଇଛି ।  ଭୁବନେଶ୍ୱର ରେଳ ଷ୍ଟେସନରେ ନାରାବାଜୀ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ। ୪ଟି ଶ୍ରମ କୋଡ୍ ପ୍ରତ୍ୟାହାର, ରାଷ୍ଟ୍ରାୟତ୍ତ ସଂସ୍ଥାର ବିକ୍ରି ବନ୍ଦ, ଅହେତୁକ ଦରଦାମ୍ ବୃଦ୍ଧି, ଇପିଏଫ ଜମା ଉପରେ ସୁଧହାର ହ୍ରାସ ଓ କେନ୍ଦ୍ରର ବିଭିନ୍ନ ନୀତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି ।

ରାଉରକେଲାରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କେନ୍ଦ୍ରୀୟ ଟ୍ରେଡ ୟୁନିୟନ ସଦସ୍ୟ।

କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନର ବନ୍ଦ ଡାକରାରେ ବ୍ୟାଙ୍କ ୟୁନିୟନ ସାମିଲ ହେବାକୁ ନିଷ୍ପତ୍ତି ନେଇଛି । ଏଥିସହ ବ୍ୟାଙ୍କ ଓ ବୀମା ସହିତ ଜଡିତ କର୍ମଚାରୀ ସଂଘ, କୋଇଲା, ଇସ୍ପାତ, ତୈଳ, ଡାକ, ଦୂରସଂଚାର ଏବଂ ଆୟକର ବିଭାଗ କର୍ମଚାରୀ ସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଭାରତ ବନ୍ଦରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି ।

ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି  । ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ  । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ।  ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।  ଏ ନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ମଧ୍ୟ ପରୀକ୍ଷାକୁ ଘୁଞ୍ଚାଯାଇଛି ।

The post ଆଜିଠୁ ୨ ଦିନ ଭାରତ ବନ୍ଦ; ରାଜପଥ ଅବରୋଧ ସହ ରେଳରୋକ କଲେ ଆନ୍ଦୋଳନକାରୀ appeared first on Odisha Reporter.



from Odisha Reporter https://ift.tt/I4ztYMB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages