ଖରସ୍ରୋତା ନଦୀରେ ଅଘଟଣ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି, ଏବେବି ୩ ନିଖୋଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 18, 2022

ଖରସ୍ରୋତା ନଦୀରେ ଅଘଟଣ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି, ଏବେବି ୩ ନିଖୋଜ

ଯାଜପୁର( ଓଡ଼ିଶା ରିପୋର୍ଟର):  ଯାଜପୁର ଜିଲ୍ଲା ବଡ଼ସୁଆର ନିକଟସ୍ଥ ଖରସ୍ରୋତା ନଦୀର ମଙ୍ଗଳାଘାଟରେ  ୭ଜଣ ଯୁବକ ବୁଡିଯିବା ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।  ନଦୀରୁ ଆଜି ସକାଳେ ଆଉ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି କ୍ରିଷ୍ଣା ଜେନା। ଏବେ ବି ରଶ୍ମିରଂଜନ ଜେନା, କରଣ ଜେନା ଓ ବିଶ୍ୱଜିତ ଜେନା ନିଖୋଜ ଅଛନ୍ତି।  ସେମାନଙ୍କୁ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ ଖୋଜାଖୋଜି କରୁଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଅପରାହ୍ନ ପ୍ରାୟ ୨ଟା ସମୟରେ ବନ୍ଧମୁଣ୍ଡ ଗାଁର ରଶ୍ମିରଂଜନ ଜେନା, କରଣ ଜେନା, କ୍ରିଷ୍ଣଆ ଜେନା, ଶୁଭମ୍ ଜେନା, ଅମିତ ଜେନା, ଜାଲପୁରର ବିଶ୍ୱଜିତ ଜେନା ଓ ଯାଜପୁର ଟାଉନ୍‌ର ସମ୍ୱିତ ଜେନା ଗାଧୋଇବା ପାଇଁ ଖରସ୍ରୋତା ନଦୀକୁ ଯାଇଥିଲେ।

କ୍ରିଷ୍ଣା ଜେନା

ମଙ୍ଗଳାଘାଟରେ ଗାଧଉଥିବା ବେଳେ ଗଣ୍ଡ ଭିତରକୁ ଚାଲି ଯାଇଥିଲେ। ହେଲେ ଆଉ ବାହାରି ପାରିନଥିଲେ। ସେପଟେ ପରିବାର ଲୋକ ଖୋଜି ଖୋଜି ଆସି ନଦୀ କୂଳରେ ପହଞ୍ଚିଥିଲେ। ହେଲେ କାହାରିକୁ ପାଇନଥିଲେ। କିନ୍ତୁ ନଦୀ ପଠାରେ ସେମାନଙ୍କ ଲୁଗା ଓ ଚପଲ୍‌ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ଅଗ୍ନିଶମ ବିଭାଗକୁ ଖବର ଦେବା ସହିତ ସାହି ଭାଇଙ୍କୁ କହିଥିଲେ।

ଅଗ୍ନିଶମ ବିଭାଗ ଆସିବା ପୂର୍ବରୁ ଗାଁ ଲୋକେ ୧୭ ବର୍ଷୀୟ ଯୁବକ ଅମିତ ଜେନାକୁ ଉଦ୍ଧାର କରିଥିଲେ। ହେଲେ ଅନ୍ୟମାନଙ୍କୁ ପାଇନଥିଲେ। ପରେ ଯାଜପୁର ଓ ବିଞ୍ଝାରପୁର ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନଦୀ ଗର୍ଭରୁ ଟାଉନର ୨୧ ବର୍ଷିୟ ସମ୍ବିତ ଜେନା ଓ ବନ୍ଧମୁଣ୍ଡାର ୧୬ ବର୍ଷିୟ ଶୁଭମ୍‌ ଜେନାଙ୍କ ମୃତଦେହ ଉଦ୍ଧାର କରିଥିଲେ।

 

The post ଖରସ୍ରୋତା ନଦୀରେ ଅଘଟଣ; ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି, ଏବେବି ୩ ନିଖୋଜ appeared first on Odisha Reporter.



from Odisha Reporter https://ift.tt/9op50fk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages