ଆଜିଠାରୁ ଉତ୍ତରପ୍ରଦେଶରେ ଯୋଗୀଙ୍କ ସେକେଣ୍ଡ ଇନିଂସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 24, 2022

ଆଜିଠାରୁ ଉତ୍ତରପ୍ରଦେଶରେ ଯୋଗୀଙ୍କ ସେକେଣ୍ଡ ଇନିଂସ

ଲକ୍ଷ୍ନୌ: ଆଜିଠାରୁ ଉତ୍ତର ପ୍ରଦେଶରେ ଯୋଗୀ ସରକାରଙ୍କ ସେକେଣ୍ଡ ଇନିଂସ ଆରମ୍ଭ ହେବ।  ଦ୍ୱିତୀୟ ଥର ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡ଼ିୟମରେ ଭବ୍ୟ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି ।  ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସାମିଲ ହେବେ ବୋଲି ଜଣାପଡିଛି।

ସେହିପରି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ଶପଥଗ୍ରହଣ ସମାରୋହକୁ ନିମନ୍ତ୍ରଣ କରାଯାଇଛି । ଏପରିକି ବିଏସପି ସୁପ୍ରିମୋ ମାୟାବତୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରମୁଖଙ୍କୁ ବି ନିମନ୍ତ୍ରଣ କରାଯାଇଛି ।  ୟୁପି ରାଜଧାନୀ ଲକ୍ଷ୍ନୌର ବିଭିନ୍ନ ସ୍ଥାନରେ ଯୋଗୀ ଓ ମୋଦିଙ୍କ ପୋଷ୍ଟର ସାଙ୍ଗକୁ ହୋର୍ଡିଂ ଛାଇଯାଇଛି ।

ଆଜି ଅପରାହ୍ନ ୪ଟାବେଳେ ଶପଥ ଗ୍ରହଣ ପାଇଁ ସମୟ ଧାର୍ଯ୍ୟ ହୋଇଛି । ଗତକାଲି ୟୁପି ବିଧାୟକ ଦଳର ବୈଠକରେ ଯୋଗୀ ଆଦିତ୍ୟନାଥଙ୍କୁ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ଭାବେ ଚୟନ କରାଯାଇଥିଲା । ଏହାପରେ ରାଜ୍ୟପାଳଙ୍କୁ ଭେଟିଥିଲେ ଯୋଗୀ ଆଦିତ୍ୟନାଥ ।

The post ଆଜିଠାରୁ ଉତ୍ତରପ୍ରଦେଶରେ ଯୋଗୀଙ୍କ ସେକେଣ୍ଡ ଇନିଂସ appeared first on Odisha Reporter.



from Odisha Reporter https://ift.tt/KzJHbj7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages