ଆଜି ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 31, 2022

ଆଜି ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ । ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣ କରିବେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ରକ୍ରମରେ  ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହୋଇ ଚାପ ମୁକ୍ତ ପରୀକ୍ଷା ସମ୍ପର୍କରେ ନିଜ ନିଜର ମତ ପ୍ରଦାନ କରିବେ।

ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଗତ ଡିସେମ୍ବର ଓ ଜାନୁଆରୀ ମାସରେ ଅନଲାଇନ୍‌ରେ ଏକ କ୍ରିଏଟିଭ୍ ରାଇଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୫ଲକ୍ଷରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ । କାର୍ଯ୍ୟକ୍ରମର ପ୍ରଥମ ତିନିଟି ଏଡିସନ୍ ଦିଲ୍ଲୀର ଟାଉନ୍ ହଲରେ ହୋଇଥିବା ବେଳେ କରୋନା ଯୋଗୁଁ ଚତୁର୍ଥ ସଂସ୍କରଣ ଅନଲାଇନରେ ହୋଇଥିଲା । ଏହି କାର୍ଯ୍ୟକ୍ରମ ଜରିଆରେ ପିଲାଙ୍କୁ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ ।

The post ଆଜି ପରୀକ୍ଷାର୍ଥୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/29PVMDe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages