ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ତିନି ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ଆଜି ଅପରାହ୍ନ ୫ଟା ରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।
…
The post ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୩ ଘଣ୍ଟା ଦର୍ଶନ ବନ୍ଦ appeared first on Odisha Reporter.
from Odisha Reporter https://ift.tt/OY87mPK
No comments:
Post a Comment