ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ। ଅନେକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ ଏପର୍ଯ୍ୟନ୍ତ କରିନଥିବାରୁ ଆଜି ଶେଷ ଦିନରେ ଭିଡ଼ ଜମିପାରେ। ଗତକାଲି ୫ମ ଦିନରେ ଅନେକ ସ୍ଥାନରେ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ ଧରି ପ୍ରାର୍ଥୀପତ୍ର ଦାଖଲ କରିଥିବା ଦେଖିବାକୁ ମିଳିଥିଲା।
ମାର୍ଚ୍ଚ ୨ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା ବେଳେ ଆଜି ସରୁଛି। ଆସନ୍ତା ୯ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଆସନ୍ତା ୧୪ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି।
ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି ଓ ଏନ୍ଏସି ଏବଂ ୩ଟି ମହାନଗର ନିଗମ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ପାଇଁ ହେବ ଭୋଟ୍। ହେଲେ ୨୬ ତାରିଖରେ ଗଣତି ପରେ ଜଣାପଡ଼ିବ ନିର୍ବାଚନରେ କାହାର ବାଜିମାତ ହୋଇଛି ।
The post ପୌର ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ appeared first on Odisha Reporter.
from Odisha Reporter https://ift.tt/WLy93si
No comments:
Post a Comment