ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଓ ଆସନ୍ତା କାଲି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସକାଳୁ ସକାଳୁ ଅନୁଭୂତ ହେଲାଣି। ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଲାଣି ବନ୍ଦର ପ୍ରଭାବ । ଆନ୍ଦୋଳନକାରୀ ବିଭିନ୍ନ ରାଜପଥ ସମେତ ରେଳ ଲାଇନ୍କୁ ବି ଅବରୋଧ କରିଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହେଉଛି। ଏହାକୁ ଆଖି ଆଗରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।
ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ପରବର୍ତ୍ତୀ ସମୟରେ ନୂତନ ତାରିଖ ଘୋଷଣା କରାଯିବ ।
ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଅଆଯାଇଛି । ଏ ନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ୟ ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦେଇଥିବା ସୂଚନା ମିଳିଛି।
The post ଭାରତ ବନ୍ଦ ଯୋଗୁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା appeared first on Odisha Reporter.
from Odisha Reporter https://ift.tt/7aFfBhj
No comments:
Post a Comment