ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ରଙ୍ଗ ଓ ଭାଇଚାରାର ପର୍ବ ହୋଲି। ଆନନ୍ଦ, ଉଲ୍ଲାସର ସହ ପରସ୍ପରକୁ ଅବିର ଓ ରଙ୍ଗ ଲଗାଇବେ। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲିଯାନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯିବେ ନାଚ, ଗୀତରେ।
ଏଥିସହ ଭାବର ରଙ୍ଗରେ ରଙ୍ଗୀନ ହେବାକୁ ଯେମିତି ସମସ୍ତେ ବ୍ୟାକୁଳ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ। ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ।
ପୁରୀ ଶ୍ରୀମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ। ଦୁଇ ବର୍ଷ ଧରି କରୋନା କଟକଣା ହୋଲି ପାଳନରେ ବାଧକ ସାଜିଥିବାବେଳେ ଏଥର କରୋନା କଟକଣା ନ ଥିବାରୁ ଲୋକେ ହୋଲି ଖେଳିବାକୁ ବେଶ୍ ଉତ୍ସାହିତ ଅଛନ୍ତି।
The post ଆଜି ରଙ୍ଗର ପର୍ବ ହୋଲି,ଗାଁଠୁ ସହର ସବୁଠି ଉତ୍ସାହ appeared first on Odisha Reporter.
from Odisha Reporter https://ift.tt/vKN8rjt
No comments:
Post a Comment