ଆଜିଠୁ ବଢ଼ିବ ତାତି, ୪୦ ଡିଗ୍ରୀ ମୁହାଁ ପାରଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 15, 2022

ଆଜିଠୁ ବଢ଼ିବ ତାତି, ୪୦ ଡିଗ୍ରୀ ମୁହାଁ ପାରଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ବଢିବ ତାପମାତ୍ରା । ଖରାରେ ସିଝିବ ସାରା ଓଡ଼ିଶା । କେତେକ ସ୍ଥାନରେ ୪୦ ଡିଗ୍ରୀ ମୁହାଁ  ହେଲାଣି ପାରଦ । ଏହାଦେଖି ଏବେଠୁ ଲୋକଙ୍କ ମନରେ ଛାନିଆ ପଶିଗଲାଣି।

ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ଡିଗ୍ରୀ  ରେକର୍ଡ କରାଯାଇଥିଲା । ସେହିପରି ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା। ରାଜଧାନୀ ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା ।

୩ ଦିନ ଡହଡହ ଖରାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରକୁ ଯାଇପାରେ । ଏଥିପାଇଁ ୮ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।

The post ଆଜିଠୁ ବଢ଼ିବ ତାତି, ୪୦ ଡିଗ୍ରୀ ମୁହାଁ ପାରଦ appeared first on Odisha Reporter.



from Odisha Reporter https://ift.tt/NybYiKz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages