୧୭ ମାର୍ଚ୍ଚ, ଗୁରୁବାର: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 16, 2022

୧୭ ମାର୍ଚ୍ଚ, ଗୁରୁବାର: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ  

ମେଷ: ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ ଓ ଅଧ୍ୟାପନ, ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

 ବୃଷ:ଭଲ କାର୍ଯ୍ୟ କରି ଆଶା ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହାକି ଆପଣଙ୍କ ପାଇଁ ଲାଭଦାୟକ ହେବ । ପରିବାରର ସଦସ୍ୟଙ୍କ ସହିତ ଭଲ ସଂପର୍କ ରହିବ।

 ମିଥୁନ: ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନଲାଭ ହେବାରୁ ମନ ଖୁସି ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ।

କର୍କଟ: ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ସ୍ୱଚ୍ଛ କରିବେ।  ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ ।

ସିଂହ:ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

କନ୍ୟା: କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବା ସହ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ତୁଳା:  ଅମିନୀ, ଜାମିନି ଓ ମଧ୍ୟସ୍ଥତା କରିବା ଠିକ୍ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ।

ବିଚ୍ଛା: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ଉଚିତ୍ ପରାମର୍ଶ ପାଇ ଅଫିସ୍‌ରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ କରିପାରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବାଫଳରେ ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ବୃଦ୍ଧି ହେବ।

ଧନୁ: କର୍ମକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ସମସ୍ତ ଆଶା ପୂରଣ ହେବାରେ କିଛି ଅସୁବିଧା ହେବ ନାହିଁ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ବନ୍ଧୁତ୍ ବୃଦ୍ଧି ପାଇବ ।

ମକର: କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ।

କୁମ୍ଭ: ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ ହୋଇ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି ପାରନ୍ତି । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମୀନ: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ  । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।

The post ୧୭ ମାର୍ଚ୍ଚ, ଗୁରୁବାର: କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ   appeared first on Odisha Reporter.



from Odisha Reporter https://ift.tt/4crgViW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages