ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 13, 2022

ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି  ଓ ୩ଟି ମହାନଗର ନିଗମ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।

ଗତ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିଲା। ଏହାପରେ ଗତ ୯ ତାରିଖରେ ଯାଞ୍ଚ ହୋଇଥିଲା ପ୍ରାର୍ଥିପତ୍ର।  ପ୍ରାର୍ଥିମାନେ ସେମାନଙ୍କ ସମର୍ଥକଙ୍କ ସହ ଆସି ନିର୍ବାଚନ ଅଧିକାରୀଙ୍କଠାରେ ଦାଖଲ କରିଥିଲେ ପ୍ରାର୍ଥିପତ୍ର।  କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ୪୭ଟି ପୌର ପରିଷଦ ଓ ୫୯ଟି ଏନଏସିର ମୋଟ ୧୮୯୯ଟି ୱାର୍ଡରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ମୋଟ ୪୪୭୫ଟି ବୁଥରେ ପ୍ରାୟ ୪୧ ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।

ସୂଚନାଯୋଗ୍ୟ,  ପୌର ନିର୍ବାଚନ ପାଇଁ ୭୦୫୨ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ ଥିବାବେଳେ ୧୦୦ଜଣଙ୍କ ନାମାଙ୍କନ ପତ୍ର ରଦ୍ଦ ହୋଇଛି।

 

 

 

The post ପୌର ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା appeared first on Odisha Reporter.



from Odisha Reporter https://ift.tt/EzsJGi1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages