ପୁଣି ତୈଳ ଦରରେ ଲାଗିଲା ନିଆଁ, ଜାଣନ୍ତୁ କେତେ ବଢ଼ିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 27, 2022

ପୁଣି ତୈଳ ଦରରେ ଲାଗିଲା ନିଆଁ, ଜାଣନ୍ତୁ କେତେ ବଢ଼ିଲା

ନୂଆଦିଲ୍ଲୀ: ଖାଉଟିଙ୍କୁ ଝଟ୍‌କା, ଆଜି ପୁଣି ବଢ଼ିଳା ପେଟ୍ରୋଲ ଓ ଡିଜେଲ ଦାମ୍‌। ଆଜି ସପ୍ତମ ଦିନ ଷଷ୍ଠ ଥର ପାଇଁ ବଢ଼ିଛି ତୈଳ ଦର। ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ମହଙ୍ଗା ହୋଇଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ଓଡ଼ିଶାରେ ପେଟ୍ରୋଲ ଲିଟର ପିଛା ଦର ୧୦୬ ଟଙ୍କାରୁ ଊର୍ଦ୍ଧ୍ୱ ରହିଛି। ସେହିପରି ଡିଜେଲ ୯୫ ଟଙ୍କା ୯୩ ପଇସା ରହିଛି।

ଦେଶର ରାଜଧାନୀ ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦର ୯୯.୪୧ ଓ ୯୦.୭୭ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪ଟଙ୍କା ୧୯ ପଇସା ଓ ଡିଜେଲ ଲିଟର ପିଛା ୯୮.୫୦ ପଇସା ମହଙ୍ଗା ହୋଇଛି।

ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଫଳରେ ପାଞ୍ଚ ଦିନରେ ଲିଟରପିଛା ଡିଜେଲ ଓ ପେଟ୍ରୋଲ ଦର ୪ ଟଙ୍କା ପର୍ଯ୍ୟନ୍ତ  ମହଙ୍ଗା ହୋଇଛି।

ତେଲ ଦର ବୃଦ୍ଧି ଯୋଗୁଁ ଅନ୍ୟାନ୍ୟ ସାମଗ୍ରୀ ଦର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହା ସିଧାସଳଖ ଖାଉଟିଙ୍କ ପକେଟକୁ ପ୍ରଭାବିତ କରିଛି। ସେପଟେ ରୁଷ-ୟୁକ୍ରେନ ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ଦର ବଢୁଛି। ଏହା ପୂର୍ବରୁ କେନ୍ଦ୍ର ସରକାର କେବଳ ଡିଜେଲ ବଲ୍କ ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ମହଙ୍ଗା କରିଥିଲେ।

The post ପୁଣି ତୈଳ ଦରରେ ଲାଗିଲା ନିଆଁ, ଜାଣନ୍ତୁ କେତେ ବଢ଼ିଲା appeared first on Odisha Reporter.



from Odisha Reporter https://ift.tt/qXukpVM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages