ଧାମନଗରରେ ଗଣତି ଆରମ୍ଭ, କେନ୍ଦ୍ର ପାଖରେ ୧୪୪ ଧାରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 5, 2022

ଧାମନଗରରେ ଗଣତି ଆରମ୍ଭ, କେନ୍ଦ୍ର ପାଖରେ ୧୪୪ ଧାରା

ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏସିର ବାକିଥିବା ୱାର୍ଡରେ ଗତକାଲି ମତଦାନ ଶେଷ ହୋଇଥିବା ବେଳେ ଆଜି ଆରମ୍ଭ ହୋଇଛି ଗଣତି ।  ତହସିଲ ଅଫିସ ନିକଟ କଲ୍ୟାଣ ମଣ୍ଡପରେ ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି ।  ଏଥିଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ଗଣତି କେନ୍ଦ୍ର ପାଖରେ ଭଦ୍ରକ ଉପଜିଲ୍ଲାପାଳ ୧୪୪ ଧାରା ଲାଗୁ କରିଛନ୍ତି। ଫଳରେ ଗଣତି କେନ୍ଦ୍ର ନିକଟକୁ ୪ ଚକିଆ ଯାନ ଯାତାୟତ ଉପରେ ସଂପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି । ଏହି କଟକଣା ଗତ ରାତି ୯ଟାରୁ ଲାଗୁ ହୋଇଥିବା ବେଳେ ଏହା ଆସନ୍ତାକାଲି ସକାଳ ୬ଟା ଯାଏ ବଳବତ୍ତର ରହିବ ।

ମାର୍ଚ୍ଚ ୨୪ ତାରିଖରେ ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ମତଦାନ ବେଳେ ଗଣ୍ଡଗୋଳ ଓ ହିଂସାକାଣ୍ଡ ହୋଇଥିବାରୁ  ମତଦାନ ବାଧାପ୍ରାପ୍ତ ହୋଇଥିଲା । ତେଣୁ ଅନ୍ୟ ସମସ୍ତ ୱାର୍ଡର ତଥା ଏନ୍‌ଏସି ଅଧ୍ୟକ୍ଷ ପଦ ପାଇଁ ଗ୍ରହଣ କରାଯାଇଥିବା ଭୋଟ୍‌ ଗଣତିକୁ ବନ୍ଦ କରାଯାଇଥିଲା। ତା’ ସହିତ ଧାମନଗର ଏନ୍‌ଏସିର ୨ ନମ୍ବର ୱାର୍ଡର ୩ ନଂ ବୁଥ୍, ୫ ନମ୍ବର ୱାର୍ଡର ୮ ଓ ୯, ୯ ନମ୍ବର ୱାର୍ଡର ୧୬, ୧୦ ନମ୍ବର ୱାର୍ଡର ୧୭ ଓ ୧୮ ନମ୍ବର ବୁଥ୍‌ରେ ପୁନଃମତଦାନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ଏହାପରେ ଗତକାଲି ଶାନ୍ତିଶୃଙ୍ଖଳାର ସହିତ ମତଦାନ ଶେଷ ହୋଇଥିବା ବେଳେ ଆଜି ଆରମ୍ଭ ହୋଇଛି ଗଣତି।

ଗଣତି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସହରର ଜାଗା   ଜାଗାରେ ପୁଲିସ ମୁତୟନ କରାଯିବା ସହ ଗତକାଲି ରାତିରୁ ଲାଗୁ ହୋଇଛି  ୧୪୪ ଧାରା ।   ଏଣୁ ଏନ୍ଏସି ଅଞ୍ଚଳରେ ଗୋଟିଏ ସ୍ଥାନରେ ୫ରୁ ଅଧିକ ଲୋକ ଠୁଳ ହୋଇପାରିବେ ନାହିଁ ବୋଲି କୁହାଯାଇଛି ।

 

The post ଧାମନଗରରେ ଗଣତି ଆରମ୍ଭ, କେନ୍ଦ୍ର ପାଖରେ ୧୪୪ ଧାରା appeared first on Odisha Reporter.



from Odisha Reporter https://ift.tt/oArTyhg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages