୨୧ ଏପ୍ରିଲ, ଗୁରୁବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 20, 2022

୨୧ ଏପ୍ରିଲ, ଗୁରୁବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ବ୍ୟବସାୟରେ ସମସ୍ୟା ଦେଖାଦେବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ ହେବ। ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ।

କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ-ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି।

ସିଂହ: ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବିରୋଧୀମାନେ ଦୂରେଇ ଯିବେ। ବ୍ୟବସାୟୀମାନଙ୍କର କାରବାର ବଢିବ।

କନ୍ୟା: ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।

ତୁଳା: କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହୋଇ ପାରନ୍ତି। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ବିଚ୍ଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ଧନୁ: ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ର୍ନିମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ।

ମକର: ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟୀ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆୟ ଅପେକ୍ଷା ବ୍ୟୟ ହୋଇପାରେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ମୀନ: ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

 

The post ୨୧ ଏପ୍ରିଲ, ଗୁରୁବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ appeared first on Odisha Reporter.



from Odisha Reporter https://ift.tt/Av2ZDdj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages