ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା। ଦୁଇ ବର୍ଷ ପରେ ଅଫଲାଇନରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରଥମ ଦିନରେ ଆଜି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀ ଏମଆଇଏଲ (ଓଡ଼ିଆ) ବିଷୟରେ ପରୀକ୍ଷା ଦେବେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ। ପରୀକ୍ଷାର୍ଥୀଙ୍କୁ ୮ଟାରୁ ୮ଟା ୩୦ ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ଛଡ଼ାଯିବ। ୧୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନ ପତ୍ର ଏବଂ ୫ ମିନିଟ ପୂର୍ବରୁ ଉତ୍ତର ଖାତା ମିଳିବ।
ଚଳିତ ବର୍ଷ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଓ ବିଜ୍ଞାନରେ ୭୮ ହଜାର ୭୭ ଜଣ ଛାତ୍ରଛାତ୍ରୀ ଅଛନ୍ତି। ସେହିପରି ବାଣିଜ୍ୟରେ ୨୪ ହଜାର ୧୩୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ମୋଟ ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରିଚାଳନା ହବ୍ କରାଯାଇଛି। ପରୀକ୍ଷା ପାଇଁ କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ଥିବା ବେଳେ, ମୋବାଇଲ ବାରଣ କରାଯାଇଛି।
କରୋନା କଟକଣା ଓ ଖରାକୁ ଦୃଷ୍ଟିରେ ରଖି ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି। ପର୍ଯ୍ୟାପ୍ତ ପାଣି ମହଜୁଦ ରଖିବା ସହ ନିରବଚ୍ଛିନ ବିଜୁଳି ଯୋଗାଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
The post ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା appeared first on Odisha Reporter.
from Odisha Reporter https://ift.tt/PjQfoIe
No comments:
Post a Comment