ଆସୁଛି ଲଘୁଚାପ, ମିଳିବ ତାତିରୁ ଆଶ୍ୱସ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 2, 2022

ଆସୁଛି ଲଘୁଚାପ, ମିଳିବ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି  ।

ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି। ଏହାର ପ୍ରଭାବ ବିଭିନ୍ନ ଅଞ୍ଚଳରେ କ’ଣ ରହିବ ତାହା ଆକଳନ କରାଯାଇନି ।

ରାଜ୍ୟରେ ଅସହ୍ୟ ତାତି ସମ୍ପର୍କରେ ସୂଚନା ଦେବାକୁ ଯାଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଆଗାମୀ ୪,୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । କିନ୍ତୁ ଉପକୂଳ ଓଡ଼ିଶାରେ ବଙ୍ଗୋପସାଗର ସାମୁଦ୍ରିକ ବାୟୁ ପ୍ରଭାବରେ ସକାଳ ଓ ମଧ୍ୟାହ୍ନ ପର୍ଯ୍ୟନ୍ତ ପାଗ ମେଘୁଆ ରହୁଛି। ରାତିରେ ପବନ ବହୁଛି। ବିଶେଷ ତାତି ରହୁନି। ଏହି ସ୍ଥିତି ଆଗାମୀ ୩,  ୪  ଦିନ ପର୍ଯ୍ୟନ୍ତ ରହିବ । ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

The post ଆସୁଛି ଲଘୁଚାପ, ମିଳିବ ତାତିରୁ ଆଶ୍ୱସ୍ତି appeared first on Odisha Reporter.



from Odisha Reporter https://ift.tt/FZLo6uM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages