ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 20, 2022

ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର । ଓମଫେଡ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି । ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଦାମ ବଢାଯାଇଥିବା ସଂସ୍ଥା ପକ୍ଷରୁ କୁହାଯାଇଛି ।

ଓମଫେଡ୍ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ, ଟୋନଡ୍ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ସତ୍ତ୍ୱେ ଦୁଇବର୍ଷ ହେଲା ଦର ବୃଦ୍ଧି କରାଯାଇ ନ ଥିବା ସଂସ୍ଥା ପକ୍ଷରୁ କୁହାଯାଇଛି ।

ଅନ୍ୟପଟେ ଓମଫେଡର ଚା ସ୍ପେଶାଲ ଦୋକାନୀଙ୍କ ପାଇଁ ଏକ ନୂଆ ପ୍ରକାର ଦୁଗ୍ଧ ବିକ୍ରି କରୁଛି ଓମଫେଡ୍ । ଏହାର ଦାମ ୫ଶହ ମିଲିଲିଟର ପିଛା ୨୩ ଟଙ୍କା ରଖାଯାଇଥିବା ବେଳେ, ପ୍ରାରମ୍ଭିକ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ ଓ ପୁରୀରେ ଉପଲବ୍ଧ ହେବ।

ଓମଫେଡ ଦୁଗ୍ଧ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବା ବେଳେ ଏହା ଉପରେ ବହୁ ଲୋକଙ୍କ ସମେତ ଛୋଟ ପିଲା, ରୋଗୀ ତଥା ବୃଦ୍ଧବୃଦ୍ଧା ନିର୍ଭରଶୀଳ। ଏହାର ଦରବୃଦ୍ଧିକୁ ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ ବୋଲି କହିଛନ୍ତି ଲୋକେ।

The post ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର appeared first on Odisha Reporter.



from Odisha Reporter https://ift.tt/b1j0snd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages