ଆଜି ଧାମନଗର ଏନ୍ଏ‌ସିର ୬ଟି ବୁଥରେ ହେବ ପୁନଃ ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 4, 2022

ଆଜି ଧାମନଗର ଏନ୍ଏ‌ସିର ୬ଟି ବୁଥରେ ହେବ ପୁନଃ ମତଦାନ

ଭଦ୍ରକ(ଓଡ଼ିଶା ରିପୋର୍ଟର):  ଆଜି ଭଦ୍ରକ ଜିଲ୍ଲା ଧାମନଗର ଏନ୍ଏ‌ସିର ୬ଟି ବୁଥରେ ହେବ ପୁନଃ ମତଦାନ। ସକାଳ ୧୦ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ହେବ ମତଦାନ। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ଏସ୍‌ପିଙ୍କ ନେତୃତ୍ୱରେ ଧାମନଗର ସହର ତଥା ବଜାରରେ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ୧୧ପ୍ଲାଟୁନ ଫୋର୍ସ, ୪ଜଣ ଡିଏସପି, ୬ଜଣ ଇନ୍ସପେକ୍ଟର, ଏସଆଇ ଓ ଏଏସଆଇ ୨୦ଜଣ ନିୟୋଜିତ ହୋଇଛନ୍ତି।

ଗତ ମାର୍ଚ୍ଚ ୨୪ତାରିଖରେ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୪ଟି ଓ୍ୱାର୍ଡ଼ ଅନ୍ତର୍ଗତ ୬ଟି ବୁଥରେ ମତଦାନ ସମୟରେ ହିଂସାକାଣ୍ଡ ହୋଇଥିଲା।  କିଛି ଅସାମାଜିକ ବ୍ୟକ୍ତି ଅତର୍କିତ ଭାବେ ବୁଥ୍ ଭିତରେ ପହଞ୍ଚି ମାରପିଟ୍ ଓ ଭଙ୍ଗାରୁଜା କରିଥିଲେ। ଏପରିକି ଇଭିଏମକୁ ମଧ୍ୟ ଭାଙ୍ଗି ଦିଆଯାଇଥିଲା। ଏହାସହ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଛୁରାମାଡ଼ ସହ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏଥିଯୋଗୁ ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୩, ୮, ୯, ୧୬, ୧୭ ଓ ୧୮ ନମ୍ବର ବୁଥରେ ମତଦାନ ବାଧାପ୍ରାପ୍ତ ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଉତ୍ତେଜନାକୁ ଦୃଷ୍ଟିରେ ରଖି ସେଠାରେ ମତଦାନ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଥିଲା।

ନିର୍ବାଚନ ଆୟୋଗ ଏହି ବୁଥ୍ ଗୁଡିକରେ ସାନି ମତଦାନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ୬ ତାରିଖରେ ମତଗଣନା ହେବ।

The post ଆଜି ଧାମନଗର ଏନ୍ଏ‌ସିର ୬ଟି ବୁଥରେ ହେବ ପୁନଃ ମତଦାନ appeared first on Odisha Reporter.



from Odisha Reporter https://ift.tt/BQgreVb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages