ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା କଡେଇରେ ସିଝୁଛି ପଶ୍ଚିମ ଓଡ଼ିଶା। ଆଜି ଓ ଆସନ୍ତାକାଲି ମଧ୍ୟ ଆକାଶରୁ ନିଆଁ ବର୍ଷିବ। ଏଥିପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂଭଭଞ୍ଜ, ଅନୁଗୋଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିର।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୨ ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିପାରେ।
ଗତକାଲି ୪୫ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ମେ’ ପ୍ରଥମ ସପ୍ତାହରୁ କାଳବୈଶାଖୀ ପ୍ରଭାବରେ ତାପମାତ୍ରା ଖସିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମେ’ ପ୍ରଥମ ସପ୍ତାହରୁ କାଳବୈଶାଖୀ ପ୍ରଭାବରେ ଦିନ ତାପମାତ୍ରା କମିବା ସମ୍ଭାବନା ରହିଛି। ରାଜ୍ୟରେ ୨ ଡିଗ୍ରୀ ଯାଏଁ ତାପମାତ୍ରା ଖସିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
….
The post ଅସମ୍ଭାଳ ତାତି; ୧୧ଟି ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ appeared first on Odisha Reporter.
from Odisha Reporter https://ift.tt/Q2mMnrW
No comments:
Post a Comment