ରାଜ୍ୟ ସରକାରଙ୍କୁ ଝଟକା; ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ଉପରେ ଲାଗିଲା ରୋକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 5, 2022

ରାଜ୍ୟ ସରକାରଙ୍କୁ ଝଟକା; ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ଉପରେ ଲାଗିଲା ରୋକ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କୁ ଲାଗିଲା ଜୋରଦାର ଝଟକା । ଲିଙ୍ଗରାଜ ମନ୍ଦିର ଓ ଆଖପାଖରେ ଥିବା ଆଉ ୮ଟି ମନ୍ଦିରକୁ ଗୋଟିଏ ସ୍ୱତନ୍ତ୍ର ଆଇନ ପରିସରକୁ ଆଣିବା ଲାଗି ରାଜ୍ୟ ସରକାରଙ୍କ ଅଧ୍ୟାଦେଶ ଉପରେ କେନ୍ଦ୍ର ସରକାର ରୋକ ଲଗାଇଛନ୍ତି । ଏଭଳି ଏକ ଅଧ୍ୟାଦେଶ ଆଣିବା ରାଜ୍ୟ ସରକାରଙ୍କ କ୍ଷମତା ପରିସର ନୁହଁ ବୋଲି କେନ୍ଦ୍ର କହିଥିବା ନେଇ ଖବର ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ଏହାଫଳରେ କେନ୍ଦ୍ର ପ୍ରଣୀତ ଆଇନ ଓ ରାଜ୍ୟ ସରକାରଙ୍କ ଆଇନ ମଧ୍ୟରେ ବିଭେଦ ସୃଷ୍ଟି ହେବ ବୋଲି କେନ୍ଦ୍ର ସରକାର ଦର୍ଶାଇଛନ୍ତି  ।

ଲିଙ୍ଗରାଜ ମନ୍ଦିର ଓ ଆଖପାଖରେ ଥିବା ଆଉ ୮ଟି ମନ୍ଦିରକୁ ସ୍ୱତନ୍ତ୍ର ଆଇନ ଭିତରେ ରଖିବା ଲାଗି ଅଧ୍ୟାଦେଶ ଆଣିଥିଲେ ରାଜ୍ୟ ସରକାର । ଏହାଦ୍ୱାରା ପୁରୀ ଜଗନ୍ନାଥ ମନ୍ଦିର ଭଳି  ଲିଙ୍ଗରାଜ ମନ୍ଦିର ଓ ଆଖପାଖ ମନ୍ଦିରକୁ ଲିଙ୍ଗରାଜ ମନ୍ଦିର ପରିଚାଳନା ସମିତି ଅଧୀନକୁ ଆଣିଥାନ୍ତେ । ଏନେଇ ଓଡ଼ିଶା ବିଧାନସଭାରେ ଅଧ୍ୟାଦେଶ ପାରିତ ହେବା ପରେ କେନ୍ଦ୍ରକୁ ପଠାଯାଇଥିଲା । ତେବେ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି ଅଧ୍ୟାଦେଶର ଅନେକ ଅନୁଚ୍ଛେଦ ଉପରେ ଆପତ୍ତି ଉଠାଇଥିଲେ  ।

ଅଧ୍ୟାଦେଶଟି ପ୍ରାଚୀନ ଐତିହ୍ୟ ପ୍ରତ୍ନତାତ୍ତ୍ୱିକ ଅବଶେଷ ଆଇନ-୧୯୫୮ର ପରିପନ୍ଥୀ ବୋଲି କେନ୍ଦ୍ର ସରକାର ଦର୍ଶାଇଛନ୍ତି । ସରକାର ଆହୁରି କହିଛନ୍ତି ଯେ, ଲିଙ୍ଗରାଜ ମନ୍ଦିର ପାଖରେ ନିର୍ମାଣ କାର୍ଯ୍ୟ କରି ସରକାର ଏହି ଆଇନର ଉଲ୍ଲଂଘନ କରିସାରିଛନ୍ତି  । ଏହି ଆଇନ ଅନୁସାରେ ମନ୍ଦିରର ୧୦୦ ମିଟର ଅଞ୍ଚଳ ସୁରକ୍ଷିତ ଅଞ୍ଚଳ ଓ ଏଠାରେ କୌଣସି ନିର୍ମାଣ କାମ ହେବନି । ସେହିପରି ୨୦୦ ମିଟର ଅଞ୍ଚଳରେ କାମ କରିବାକୁ ହେଲେ ଅନୁମତି ଆଣିବାକୁ ହେବ ।

ଏଣୁ ରାଜ୍ୟ ସରକାରଙ୍କ ଅଧ୍ୟାଦେଶ ଏହାର ଉଲ୍ଲଂଘନ କରିବ ବୋଲି ସରକାର କହିଛନ୍ତି । ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ରାଜ୍ୟପାଳଙ୍କୁ ଜଣାଯାଇଥିଲା  । ଏହା ଉପରେ ସ୍ପଷ୍ଟୀକରଣ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ରାଜଭବନ ପକ୍ଷରୁ କୁହାଯାଇଛି । ତେବେ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷ ସ୍ପଷ୍ଟ ହୋଇନାହିଁ ।

The post ରାଜ୍ୟ ସରକାରଙ୍କୁ ଝଟକା; ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ଉପରେ ଲାଗିଲା ରୋକ୍‌ appeared first on Odisha Reporter.



from Odisha Reporter https://ift.tt/gO8SyA1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages