ଆଇଏଏସ୍ ସ୍ତରରେ ଅଦଳବଦଳ; ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 2, 2022

ଆଇଏଏସ୍ ସ୍ତରରେ ଅଦଳବଦଳ; ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇଏଏସ୍ ସ୍ତରରେ ହୋଇଛି ଅଦଳବଦଳ । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ବରିଷ୍ଠ IAS ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି । ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ ବୀର ବିକ୍ରମ ।

ନିକୁଞ୍ଜ କିଶୋର ସୁନ୍ଦରରାୟ ହେଲେ ପବ୍ଲିକ୍ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ । କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ମିଳିଛି ଏହି ନିଯୁକ୍ତି ।  ଶୁଭମ୍ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଳାଇବେ ।

ଆଇଏଫ୍ଏସ୍ ସଞ୍ଜିବ କୁମାର ଚଢ଼ା ହୋଇଛନ୍ତି ଏଗ୍ରିକଲ୍ଚର ଓ ମାର୍କେଟିଂ ନିର୍ଦ୍ଦେଶକ । ସମନ୍ୱୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତାଙ୍କୁ ଦିଆଯାଇଛି ।

The post ଆଇଏଏସ୍ ସ୍ତରରେ ଅଦଳବଦଳ; ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ appeared first on Odisha Reporter.



from Odisha Reporter https://ift.tt/tTrFauP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages