ମହାପ୍ରଭୁଙ୍କର ହେଲା ମହାସ୍ନାନ, ନୀତିକାନ୍ତିରେ ଘଣ୍ଟାଏ ବିଳମ୍ବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 26, 2022

ମହାପ୍ରଭୁଙ୍କର ହେଲା ମହାସ୍ନାନ, ନୀତିକାନ୍ତିରେ ଘଣ୍ଟାଏ ବିଳମ୍ବ

ପୁରୀ( ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ମହାସ୍ନାନ । ଆଜି ମଙ୍ଗଳ ଆଳତୀ ପରେ ରତ୍ନ ସିଂହାସନ ଉପରେ ଥିବା ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜିଯିବାରୁ ଠାକୁରଙ୍କୁ ମହାସ୍ନାନ କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ନୀତିରେ ପ୍ରାୟ ୧ ଘଣ୍ଟା ବିଳମ୍ବ ହୋଇଛି ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି  ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ, ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

 

The post ମହାପ୍ରଭୁଙ୍କର ହେଲା ମହାସ୍ନାନ, ନୀତିକାନ୍ତିରେ ଘଣ୍ଟାଏ ବିଳମ୍ବ appeared first on Odisha Reporter.



from Odisha Reporter https://ift.tt/dJRON4a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages