ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ରୂପରେଖ କ’ଣ ହେବ ତାହା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କିଣି ମହଜୁଦ କରି ରଖନ୍ତୁ ନାହିଁ। ଏହାଦ୍ୱାରା ବଜାରରେ କୃତ୍ରିମ ଅଭାବ ଦେଖା ଦେଇପାରେ ଓ ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ୍ କରି କହିଛନ୍ତି।
ମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ, ବଜାରରେ ସବୁପ୍ରକାର ଖାଦ୍ୟ ପଦାର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁତ ରହିଛି। କଳାବଜାରୀ ଓ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଇଛି। ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ।
ସେ ଆହୁର କହିଛନ୍ତି, ବାତ୍ୟା ମୁକାବିଲା ପାଇଁ ସତର୍କ ରୁହନ୍ତୁ। ହେଲେ ଆତଙ୍କିତ ହୁଅନ୍ତୁ ନାହିଁ। ସରକାର ସବୁବେଳେ ଆପଣଙ୍କ ସହ ଅଛନ୍ତି।
ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କ୍ରୟ କରି ମହଜୁଦ ରଖନ୍ତୁ ନାହିଁ।
ଏହା ଦ୍ଵାରା ବଜାରରେ କୃତିମ ଅଭାବ ଦେଖାଦେଇପାରେ ଏବଂ ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି। ( ୧/୪)@CMO_Odisha @Food_Odisha @sicaodisha @rdmodisha
— Ranendra Pratap Swain (@rajaaswain) May 3, 2022
କଳାବଜାରୀ ଏବଂ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଉଅଛି ଏବଂ ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ( ୩/୪)@CMO_Odisha @Food_Odisha @sicaodisha @rdmodisha
— Ranendra Pratap Swain (@rajaaswain) May 3, 2022
ବାତ୍ୟା ମୁକାବିଲା ପାଇଁ ସତର୍କ ରୁହନ୍ତୁ, ଆତଙ୍କିତ ହୁଅନ୍ତୁ ନାହିଁ। ସରକାର ସବୁବେଳେ ଆପଣଙ୍କ ସହିତ । ( ୪/ ୪ )@CMO_Odisha @Food_Odisha @sicaodisha @rdmodisha @IPR_Odisha
— Ranendra Pratap Swain (@rajaaswain) May 3, 2022
The post ‘ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକ ଅତ୍ୟାବଶ୍ୟକ ଜିନିଷ ମହଜୁଦ ରଖନ୍ତୁ ନାହିଁ’ appeared first on Odisha Reporter.
from Odisha Reporter https://ift.tt/hXWidrn
No comments:
Post a Comment