ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ, ବ୍ୟବସାୟୀଙ୍କ ହାତ ହାଣି ଦେଲେ ଦୁର୍ବୃତ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 28, 2022

ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ, ବ୍ୟବସାୟୀଙ୍କ ହାତ ହାଣି ଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ସ୍ଥିତ ସୁନ୍ଦରପଦା ବୋତଣ୍ଡା ନିକଟରେ ଜଣେ ଓମ୍‌ଫେଡ୍‌ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସିପୁ ବେହେରା। ତାଙ୍କର ଦୁଇ ହାତରେ ଗଭୀର ଆଘାତ ଲାଗିଛି। ସିପୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏମ୍ସରେ ଭର୍ତ୍ତି କରାଯାଇଛି।   

ଗତକାଲି ଦୁଇ ଜଣ ଦୁର୍ବୃତ୍ତ ସିପୁଙ୍କ ଦୋକାନ ପାଖକୁ ଆସି କିଛି ଜନିଷ କିଣାକିଣି କରିଥିଲେ। ପରେ କୌଣସି କଥା ନେଇ ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ର ରୂପ ଧାରଣ କରିଥିଲା। ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ସିପୁଙ୍କୁ ହାତକୁ ହାଣି ଦେଇଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ସିପୁଙ୍କ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି। ପୁଲିସ ବଜାରରେ ଲାଗିଥିବା ସିସିଟିଭିକୁ ଫୁଟେଜକୁ ସଂଗ୍ରହ କରି ଘଟଣାର ତଦନ୍ତ କରୁଛି। ଏହି ଘଟଣାରେ ଏକାଧିକ ଲୋକଙ୍କ ସଂପୃକ୍ତି ଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ମଧ୍ୟ ସିପୁଙ୍କ ଉପରେ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ।

The post ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ, ବ୍ୟବସାୟୀଙ୍କ ହାତ ହାଣି ଦେଲେ ଦୁର୍ବୃତ୍ତ appeared first on Odisha Reporter.



from Odisha Reporter https://ift.tt/Tjbc43H

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages