୧୫ ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ, ଆସନ୍ତା ୨୪ ଘଣ୍ଟାରେ ଛେଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 19, 2022

୧୫ ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ, ଆସନ୍ତା ୨୪ ଘଣ୍ଟାରେ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।

ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ।  ସେହିପରି ୨୪ ଘଣ୍ଟା ପରେ କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି  ।

ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଅନ୍ୟପଟେ କେରଳ ଓ କର୍ଣ୍ଣାଟକରେ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଯାହାକି କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ପ୍ରବେଶ କରାଇବାରେ ସହାୟକ ହେବ ବୋଲି ଅାକଳନ କରାଯାଇଛି । ଫଳରେ ଜୁନ ପ୍ରଥମ ସପ୍ତାହରୁ ରାଜ୍ୟର ଅନେକ ସ୍ଥାନରେ ପ୍ରାକ୍‌ ମୋସୁମୀ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

The post ୧୫ ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ, ଆସନ୍ତା ୨୪ ଘଣ୍ଟାରେ ଛେଚିବ appeared first on Odisha Reporter.



from Odisha Reporter https://ift.tt/hHufRL8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages