ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର ବିଶ୍ୱାସ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଆଜି ଉତ୍ତର ଓଡ଼ିଶା, ଉପକୂଳ ଓ ଦକ୍ଷିଣ-ଉପକୂଳ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି।
ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ବିଶେଷ କରି ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାଜଧାନୀ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ଝଡ଼ବର୍ଷା ହୋଇଛି।
The post ଆଜି ଏସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ସହ ବଜ୍ରପାତ appeared first on Odisha Reporter.
from Odisha Reporter https://ift.tt/rGbZsAa
No comments:
Post a Comment