କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅର୍ନ୍ତଗତ ଡିଆନାଳି ଛକରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମୁହିଁମୁହିଁ ଧକ୍କା ହେବାଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଜଣେ ମୃତକଙ୍କ ଘର ରୁଢିଆପଡ଼ାର ହୋଇଥିବା ବେଳେ ଅନ୍ୟ ଜଣଙ୍କର ଘର କଟାବେଡ଼ାର ବୋଲି ଜଣାପଡ଼ିଛି। ଅନ୍ୟ ଦୁଇ ଜଣଙ୍କର ପରିଚୟ ମିଳି ପାରିନାହିଁ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
The post ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ appeared first on Odisha Reporter.
from Odisha Reporter https://ift.tt/me0QHVd
No comments:
Post a Comment